fbpx
BSKY
BJD SHG SKY
BJD YOUTH SKY

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ଅପରାହ୍ନ ୫ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ(ଭାସ୍କର ନ୍ୟୁଜ୍): ଆଜି ମାଘ ମାସ ଶୁକ୍ଳପକ୍ଷ ନବମୀ ତିଥି। ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ବନକଲାଗି ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ହେବ । ଏଣୁ ଅପରାହ୍ନ ୫ଟାରୁ ୯ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଠାକୁରଙ୍କ ମହାସ୍ନାନ ନୀତି ପରେ ଶ୍ରୀମନ୍ଦିର ଖୋଲିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି ।

ସୂଚନା ମୁତାବିକ, ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା କରିବେ । ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହୋଇଥାଏ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ । ଏହାପରେ ଠାକୁରଙ୍କ ମହାସ୍ନାନ ବଢି ଯଥାବିଧି ନୀତି ଚାଲିବ ।

Get real time updates directly on you device, subscribe now.