fbpx

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ବନ୍ଦ ରହିବ ସାର୍ବସାଧାରଣ ଦର୍ଶନ

ପୁରୀ (ଭାସ୍କର ନ୍ୟୁଜ୍) : ଆଜି କାର୍ତ୍ତିକ କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା କରିବେ । ଠାକୁରଙ୍କ ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ହେବ । ଏଥି ପାଇଁ ଶ୍ରଦ୍ଧାଳୁଙ୍କ ଦର୍ଶନ ପ୍ରାୟ ୩ ଘଣ୍ଟା ବନ୍ଦ ରହିବ। ଅପରାହ୍ନ ୪ ଟାରୁ ଶ୍ରୀଜୀଉଙ୍କ ଏହି ଗୁପ୍ତ ନୀତି ଆରମ୍ଭ ହେବ।

ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହୋଇଥାଏ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ । ଏହାପରେ ଠାକୁରଙ୍କ ମହାସ୍ନାନ ବଢି ଯଥାବିଧି ନୀତି ଚାଲିବ । ଦତ୍ତମହାପାତ୍ର ସେବାୟତ ଶ୍ରୀମୁଖ ସିଂହାର କରିଥିଲେ ।

Get real time updates directly on you device, subscribe now.