ଆଜି ଶ୍ରୀଜିଉଙ୍କ ହେବ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ।

ପୁରୀ:ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ହେବ ବନକଲାଗି ନୀତି। ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିଲେ ହେବ ଗୁପ୍ତ ନୀତି।

ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ ଦତ୍ତମହାପାତ୍ର ସେବକ। ବନକଲାଗି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ।

ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ।

ସାଧାରଣ ଦର୍ଶନ ବନ୍ଦ ନେଇ ଶ୍ରୀମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି।