fbpx

ମହାପ୍ରଭୁଙ୍କ ବନକ ଲାଗି ନୀତି; ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି ହେଉଛି ମହାପ୍ରଭୁଙ୍କ ବନକ ଲାଗି ନୀତି । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ । ଏହିଗୁପ୍ତ ସେବା ନୀତୀ ପାଇଁ ଦୀର୍ଘ ୫ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ । ଆଜି ଅପରାହ୍ନ ୫ ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ସାଧାରଣ ଭକ୍ତ ପାଇଁ ଶ୍ରୀ ମନ୍ଦିର ବନ୍ଦ ରହିବ ।

ମହାପ୍ରଭୁଙ୍କ ଏହି ବନକ ଲାଗି ନୀତିରେ ଆଜି ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ତେବେ ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପାଞ୍ଚ ଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଏହି ବନକଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ । ଯାହାଫଳରେ ଭକ୍ତମାନେ ରାତି ୧୦ଟା ପରେ କାଳିଆ ଦର୍ଶନ କରି ପାରିବେ ।

Get real time updates directly on you device, subscribe now.