ଆଜି 4 ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ, ଜାଣନ୍ତୁ କାରଣ

ବନକଲାଗି ନୀତି ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ ।

ଭୁବନେଶ୍ବର: ଆଜି ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ତେବେ ମହାବାହୁଙ୍କ ଏହି ନୀତି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିବ ।

ଦତ୍ତମହାପାତ୍ର ସେବକମାନେ ଏହି ନୀତି କରିବେ । 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବା ନେଇ କୁହାଯାଇଛି ।

କେଉଁ ସମୟରେ ବନ୍ଦ ରହିବ ଦର୍ଶନ- ସନ୍ଧ୍ୟା 7ଟାରୁ ରାତି 11ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବା ନେଇ କୁହାଯାଇଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଦ୍ବିତୀୟ ଭୋଗମଣ୍ଡପ ନୀତି ସରିଲା ପରେ ମହାପ୍ରଭୁଙ୍କର ବନକଲଲାଗି ନୀତି ଅନୁଷ୍ଠିତ ହେବ । ତେବେ ବନକଲାଗି ନୀତି ଶେଷ ହେବା ପରେ ଅର୍ଥାତ୍ ରାତି 11 ଟାପରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଭକ୍ତ ।

ବନକଲାଗି ନୀତି କଣ- ଏହି ବନକ ଲାଗି ନୀତିରେ ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହାର କରାଯାଇଥାଏ । ଏଥିରେ କୌଣସି ବଜାରର ରଙ୍ଗ ବ୍ୟବହାର କରାଯାଏ ନାହିଁ ।

ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ ।