fbpx

ବିଜେଡି ଛାଡ଼ିଲେ ୩୭ ନମ୍ବର ୱାର୍ଡର କର୍ପୋରେଟର ବନ୍ଦିତା ପାଲ: ସୁପ୍ରିମୋଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟ ରାଜନୈତିକ କ୍ଷେତ୍ରରୁ ଆସିଛି ଏକ ବଡ଼ ଖବର । ବିଜେଡିରୁ ଇସ୍ତଫା ଦେଇଛନ୍ତି ୩୭ ନମ୍ବର ୱାର୍ଡର କର୍ପୋରେଟର ବନ୍ଦିତା ପାଲ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବନ୍ଦିତା । ଏନେଇ ଶ୍ରୀମତୀ ପାଲ ତାଙ୍କର ଇସ୍ତଫା ପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି । ଭୁବନେଶ୍ୱର ମହାନଗର ନିଗମ (ବିଏମସି) କର୍ପୋରେଟର ଥିବା ବନ୍ଦିତାଙ୍କୁ ଏହି ପଦକ୍ଷେପକୁ ନେଇ ଏବେ ରାଜନୈତିକ ମହଲରେ ଚର୍ଚ୍ଚା ସୃଷ୍ଟି ହୋଇଛି ।

ସୂଚନାଯୋଗ୍ୟ ଯେ, ଦୀର୍ଘ ୨୪ ବର୍ଷ ଧରି ରାଜ୍ୟରେ ଶାସନ କରିବା ପରେ ଚଳିତ ଥର ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି କ୍ଷମତା ହାସଲ କରିଥିବା ବେଳେ ବିଜେଡି କ୍ଷମତା ହରାଇଥିଲା । ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଦାୟିତ୍ୱ ଗ୍ରହଣ କରିଥିବା ବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିରୋଧୀ ଦଳ ଆସନରେ ବସିଛନ୍ତି । ବିଧାନସଭା ନିର୍ବାଚନରେ ବିଜେପି ମୋଟ ୭୮ଟି ଆସନରେ ବିଜୟୀ ହୋଇ ସଂଖ୍ୟାଗରିଷ୍ଠତା ହାସଲ କରିଥିବା ବେଳେ ବିଜେପି ମାତ୍ର ୫୧ଟି ଆସନରେ ସନ୍ତୁଷ୍ଟ ହୋଇଥିଲା ।

Get real time updates directly on you device, subscribe now.