ବାଙ୍କୀ ଦୁର୍ଘଟଣା: ମୃତ ଛାତ୍ରଙ୍କ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କାର ସହାୟତା ରାଶି
ବାଙ୍କୀରେ ବଡ଼ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଛାତ୍ରଙ୍କ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କାର ସହାୟତା ରାଶି ।
କଟକ: ପିକ୍ଅପ୍ ଭ୍ୟାନ ଓଲଟି ଜଣେ ଛାତ୍ରଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ ଜଣ ଆହତ ହୋଇଥିଲେ । ବାଙ୍କୀ ଥାନା ଅଂଶୁପା ନିକଟରେ ଭାରସାମ୍ୟ ହରାଇ ପିକଅପ୍ ଓଲଟି ପଡିଛି । ସ୍କୁଲରୁ ଛାତ୍ରଛାତ୍ରୀଙ୍କୁ ନେଇ ପରେଡ୍ ଗ୍ରାଉଣ୍ଡ ଯିବା ବେଳେ ଏହି ଦୁର୍ଘଟଣା ଘଟିଥିଲା ।
ମୁଖ୍ୟମନ୍ତ୍ରୀଙ୍କ ଶୋକ: ଏହି ଦୁର୍ଘଟଣାରେ ଛାତ୍ରଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩ ଲକ୍ଷ, ଶିକ୍ଷା ବିଭାଗ ପକ୍ଷରୁ ୨ ଲକ୍ଷର ସହାୟତା ରାଶି ମୃତକଙ୍କ ପରବାରକୁ ମିଳିବ ।
ମିଳିବ ୫ ଲକ୍ଷର ଅନୁକମ୍ପା ରାଶି: ମୃତ ଛାତ୍ରଙ୍କ ପରିବାରକୁ ମୋଟ ୫ ଲକ୍ଷର ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଜାରି କରିଛନ୍ତି । ଆହତଙ୍କୁ ଉତ୍ତମ ଚିକିତ୍ସା ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।