fbpx

ବରଗଡ଼ ସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରାଯିବ: ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବରଗଡ଼ ସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରାଯିବ । ଏନେଇ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଆଗାମୀ ଦିନରେ ଉକ୍ତ ଜମିରେ ଇଡକୋ ନୂତନ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ପଦକ୍ଷେପ ନେବ । ମୋଟ ୧୦୩.୨୧ ଏକର ଜମିରୁ ୭୨.୧୨ ଏକର ଜମି ପାଇଁ ଇଡକୋ ୪୦.୬୮ କୋଟି ଟଙ୍କା ପ୍ରଦାନ କରିଛି ।

ସୂଚନାଯୋଗ୍ୟ ଯେ, ଯନ୍ତ୍ରାଂଶ ରକ୍ଷଣାବେକ୍ଷଣ ଓ ମରାମତି ତଥା ନୂତନ ମେସିନ୍ ପାଇଁ ପାଣ୍ଠି ଅଭାବ ଏବଂ ଅନ୍ୟାନ୍ୟ ବିଭିନ୍ନ କାରଣ ପାଇଁ ଚିନିକଳରେ କାମ ବନ୍ଦ ରହିଥିଲା । ସେଥିପାଇଁ ଏହାର ଜମିକୁ ଇଡକୋକୁ ହସ୍ତାନ୍ତର କରି ନୂତନ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଥିଲେ ।

ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଅନୁଯାୟୀ, ଚିନିକଳର ସମୁଦାୟ ୧୦୩.୨୧ ଏକର ଜମି ମଧ୍ୟରୁ ବିବାଦମୁକ୍ତ ୭୨.୧୨ ଏକର ଜମି ପାଇଁ ଇଡକୋ ୪୦.୬୮ କୋଟି ଟଙ୍କା ପ୍ରଦାନ କରିଛି । ବରଗଡର ଅତିରିକ୍ତ ଜିଲ୍ଲାପାଳ ତଥା ବରଗଡ କୋଅପରେଟିଭ ସୁଗାର ମିଲସର ଲିକ୍ୟୁଡେଟୋରଙ୍କୁ ଏହି ଟଙ୍କା ପ୍ରଦାନ କରାଯାଇଛି । ବାକି ସବୁ ଜମି ବିବାଦମୁକ୍ତ ହେବା ପରେ ଇଡକୋକୁ ହସ୍ତାନ୍ତର କରାଯିବ ।

Get real time updates directly on you device, subscribe now.