fbpx

ବର୍ଷା ଓ ଅନୁଭବଙ୍କୁ ୫ ହଜାର ଲେଖାଏଁ ଫାଇନ୍: ନିର୍ଦ୍ଦେଶ ଦେଲେ କୋର୍ଟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଲିଉଡ ଷ୍ଟାର ଦମ୍ପତି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କୁ ନେଇ ପୁଣି ଏକ ନୂଆ ଅପଡେଟ୍ ଆସିଛି । ଉଭୟେ ବର୍ଷା ଓ ଅନୁଭବ ପାଞ୍ଚ ହଜାର ଟଙ୍କା ଲେଖାଏଁ ଜରିମାନା ପ୍ରଦାନ କରିବେ । ଏନେଇ ପରିବାର ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ବାରମ୍ବାର ତାରିଖ ଧାର୍ଯ୍ୟ ପରେ ବି ସାକ୍ଷ୍ୟଗ୍ରହଣ ପାଇଁ ବର୍ଷା କୋର୍ଟ ଆସୁନଥିଲେ । ସେହିପରି ଅନୁଭବ ମଧ୍ୟ ଛାଡ଼ପତ୍ର ପିଟିସନରେ ବିବାହ ସ୍ଥାନ ଭୁଲ୍ ଦର୍ଶାଇଥିଲେ ।

ତେବେ ଏହି ମାମଲାର ଶୁଣାଣି କରି କୋର୍ଟ ଉଭୟଙ୍କୁ ପାଞ୍ଚ ହଜାର ଟଙ୍କା ଲେଖାଏଁ ଫାଇନ୍ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅଯଥାରେ କୋର୍ଟଙ୍କ ସମୟ ବିଳମ୍ବ କରିଥିବାରୁ ଉଭୟେ ଏହି ଟଙ୍କା ଗଣିବେ ବୋଲି ଜଣାପଡ଼ିଛି । ଉଭୟଙ୍କ ପକ୍ଷରୁ ଦାଖଲ ହୋଇଥିବା ଆବେଦନକୁ କୋର୍ଟ ଗ୍ରହଣ କରିଛନ୍ତି । ସାକ୍ଷ୍ୟ ଗ୍ରହଣ ପାଇଁ ବର୍ଷାଙ୍କ ଆବେଦନ ଓ ବିବାହ ସ୍ଥାନ ତଥ୍ୟରେ ସଂଶୋଧନ ପାଇଁ ଅନୁଭବଙ୍କ ଆବେଦନକୁ ଗ୍ରହଣ କରାଯାଇଛି ।

ସୂଚନାଯୋଗ୍ୟ ଯେ, ଏହା ପୂର୍ବରୁ ଫ୍ୟାମିଲି କୋର୍ଟରେ ବର୍ଷାଙ୍କ ସାନି ସାକ୍ଷ୍ୟ ଗ୍ରହଣ ପାଇଁ ହାଇକୋର୍ଟରେ ବର୍ଷା କରିଥିବା ଆବେଦନ ପ୍ରତ୍ୟାହାର କରିନେଇଥିଲେ । ଉଭୟଙ୍କ ସାକ୍ଷ୍ୟ ଗ୍ରହଣ ପାଇଁ ଫ୍ୟାମିଲି କୋର୍ଟରେ ଏକାଧିକ ଦିନ ଧାର୍ଯ୍ୟ ହୋଇଥିଲା । ବର୍ଷା ସାନି ସାକ୍ଷ୍ୟ ଗ୍ରହଣ ପାଇଁ ଆବେଦନ କରିବାରୁ ଏହାକୁ ଫ୍ୟାମିଲି କୋର୍ଟ ଗ୍ରହଣ କରିନଥିଲେ । ଏହାପରେ ବର୍ଷା ସମାନ ମାମଲା ନେଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଗତ ୭ ତାରିଖରେ ବର୍ଷା ନିଜ ଆବେଦନକୁ ପ୍ରତ୍ୟାହାର କରିନେଇଥିଲେ ।

Get real time updates directly on you device, subscribe now.