fbpx

ମହିଳା କମିଶନରେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର,୧୫ ।୧୨(ଓଡିଶା ଭାସ୍କର): ସାଂସଦ ଅନୁଭବ ଓ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ ବଢି ବଢି ଚାଲିଛି । ପ୍ରତିଦିନ ଏହି ପ୍ରସଙ୍ଗରେ କିଛି ନା କିଛି ନୂଆ ମୋଡ ଆସୁଛି । ଏହାରି ମଧ୍ୟରେ ଆଜି ମହିଳା କମିଶନଙ୍କ ଦ୍ୱାରସ୍ଥ ହୋଇଛନ୍ତି ବର୍ଷା ପ୍ରିୟଦର୍ଶିନୀ । ପାରିବାରିକ ବିବାଦ ମାମଲାରେ ବର୍ଷା ମହିଳା କମିଶନଙ୍କ ଦ୍ୱାରସ୍ଥ ହୋଇଥିବା ସୂଚନା ମିଳିଛି ।

ତେବେ ଅନୁଭବଙ୍କ ବିରୋଧରେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଅଭିଯୋଗ ଆଣିଥିଲେ ବର୍ଷା । କିନ୍ତୁ ଅନୁଭବ ଏହାର ଅସ୍ୱୀକାର କରି ବର୍ଷା ମାନସିକ ଯନ୍ତ୍ରଣା ଦେଉଥିଲେ ବୋଲି କୋର୍ଟରେ ପିଟିସନ ଦାଖଲ କରିଥିଲେ ।

Get real time updates directly on you device, subscribe now.