fbpx

Video: ଅନୁଭବଙ୍କୁ ଘର ଚାବି ଫେରାଇଲେ ବର୍ଷା ପ୍ରିୟଦର୍ଶିନୀ

କଟକ : ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ସାଂସଦ ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦରେ ଆସିଛି ତାଜା ଅପଡେଟ । ଶାଶୁଘର ଚାବି ଫେରାଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। କଟକ ଏସଡିଜେଏମ୍‌ କୋର୍ଟରେ ସେ ଆଜି ଚାବି ଦାଖଲ କରିଛନ୍ତି। ଅନ୍ୟପକ୍ଷରେ ପରିବାର ଅଦାଲତରେ ମଧ୍ୟ ଆଜି ବର୍ଷାଙ୍କ ସାକ୍ଷ୍ୟଗ୍ରହଣ ହୋଇଛି।

ତେବେ ନଭେମ୍ୱର ୨ ତାରିଖ ସୁଦ୍ଧା ଅନୁଭବଙ୍କ ଘରର ଚାବି ଫେରାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହି ଚାବି ଅନୁଭବ କିମ୍ବା ତାଙ୍କ ଓକିଲଙ୍କୁ ପ୍ରଦାନ କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଯଦି ଅନୁଭବ ଏହି ଚାବିକୁ ଗ୍ରହଣ ନ କରନ୍ତି, ତାହେଲେ ବର୍ଷା କୋର୍ଟରେ ଜମା କରିବାକୁ ଏସ୍‌ଡିଜେଏମ୍ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ବର୍ଷା ଚାବି କୋର୍ଟରେ ଚାବି ଫେରାଇଛନ୍ତି।

ଗତ ଅକ୍ଟୋବର ୨ ତାରିଖରେ କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଶାଶୂଘର ଛାଡିଥିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। କୋର୍ଟଙ୍କ ପୂର୍ବ ଆଦେଶ ସତ୍ତ୍ୱେ ବର୍ଷା ଶାଶୁଘର ଚାବି ଫେରାଉନଥିଲେ। ଅନ୍ୟପଟେ ଅନୁଭବଙ୍କ ପିଟିସନର ଉତ୍ତରରେ ବର୍ଷା କହିଥିଲେ ଘର ଛାଡ଼ିବା ପରେ ଏହାର ସୁରକ୍ଷା ପାଇଁ ସେ ତାଲା ପକାଇ ଚାବି ନିଜ ପାଖରେ ରଖିଥିଲେ । ଉଭୟ ପକ୍ଷଙ୍କୁ ଶୁଣିବା ପରେ ଚାବି ଫେରାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ତେବେ କୋର୍ଟଙ୍କ ପୂର୍ବ ଆଦେଶ ପରେ ବର୍ଷା ଆଜି ଚାବି ଫେରାଇଛନ୍ତି।

Get real time updates directly on you device, subscribe now.