fbpx

ଭୁବନେଶ୍ୱରରେ ଆଜି ୬୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୨ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୫୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୬୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ୬୪ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୬ ଓ ସ୍ଥାନୀୟ ଅଞ୍ଚଳରୁ ୨୮ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀ ଭୁବନେଶ୍ୱରରେ ୧୩ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ରାଜଧାନୀ ଭୁବନେଶ୍ୱରରେ ସମୁଦାୟ ୭୦୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୨୭ଜଣ ସୁସ୍ଥ ହୋଇଛନ୍ତି ଓ ୮ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୩୬୮ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

Get real time updates directly on you device, subscribe now.