fbpx

ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା କଲା BCCI: ବୁମ୍ରା ଉପଅଧିନାୟକ ନିଯୁକ୍ତ

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଏନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ ଆଜି ଅଫିସିଆଲ ଭାବେ ଘୋଷଣା କରାଯାଇଛି । ତିନି ମ୍ୟାଚ ବିଶିଷ୍ଟ ଏହି ଟେଷ୍ଟ ସିରିଜରେ ରୋହିତ ଶର୍ମା ଅଧିନାୟକ ଦାୟିତ୍ୱ ସମ୍ଭାଳିବେ । ସେହିପରି ଦ୍ରୁତ ବୋଲର ଯଶପ୍ରୀତ ବୁମ୍ରାଙ୍କୁ ଉପଅଧିନାୟକ ଭାବେ ନିଯୁକ୍ତି ଦିଆଯାଇଛି । ଏନେଇ ବିସିସିଆଇ ତା’ର ସୋସିଆଲ ମିଡ଼ିଆ ପ୍ଲାଟଫର୍ମରେ ଏକ ପୋଷ୍ଟ ଶେୟାର କରିଛି ।

ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), ଯଶପ୍ରୀତ ବୁମ୍ରା (ଉପଅôଧନାୟକ), ଯଶସ୍ୱୀ ଜୟସ୍ୱାଲ, ଶୁବମନ ଗିଲ, ବିରାଟ କୋହଲି, କେ.ଏଲ ରାହୁଲ, ଋଷଭ ପନ୍ତ (ୱିକେଟ କିପର), ଧ୍ରୁବ ଜୁରେଲ (ୱିକେଟ କିପର), ରବିଚନ୍ଦ୍ରନ ଅଶ୍ୱିନ, ସର୍ଫରାଜ ଖାନ, ରବିନ୍ଦ୍ର ଜାଡ଼େଜା, ଅକ୍ଷର ପଟେଲ, କୁଲଦୀପ ଯାଦବ, ମହମ୍ମଦ ସିରାଜ, ଆକାଶ ଦୀପ । ସେହିପରି ହର୍ଶିତ ରାଣା, ନୀତିଶ କୁମାର ରେଡ୍ଡୀ, ମୟଙ୍କ ଯାଦବ ଓ ପ୍ରସିଦ୍ଧ କ୍ରିଷ୍ଣାଙ୍କୁ ବିସିସିଆଇ ଟ୍ରାଭେଲିଂ ରିଜର୍ଭ ଖେଳାଳି ଭାବେ ସ୍କ୍ୱାଡରେ ସ୍ଥାନ ଦେଇଛି ।

Get real time updates directly on you device, subscribe now.