fbpx

ଆସନ୍ତା ୨୪ ଘଣ୍ଟା ଯାଏଁ ସାବଧାନ ! ଏହିସବୁ ଜିଲ୍ଲାରେ ହୋଇପାରେ ପ୍ରବଳ ବର୍ଷା

ଭୁବନେଶ୍ୱର :ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତାକାଲି ସୁଦ୍ଧା ଲଘୁଚାପରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷାର ସମ୍ଭାବନା ଅଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ଝାରସୁଗୁଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ପାଣିପାଗ ବିଜ୍ଞାନୀମାନଙ୍କର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ଦୁଇ ସପ୍ତାହରେ ରାଜ୍ୟରେ ସମୁଦାୟ ବର୍ଷାର ପରିମାଣ ସ୍ୱାଭାବିକଠାରୁ ଅଧିକ ରହିବ । ରାଜ୍ୟର ଉପକୂଳ, ପଶ୍ଚିମ ଓ ଉତ୍ତର ଭାଗରେ ଅଧିକ ବର୍ଷାର ସମ୍ଭାବନା ରହିଛି । ତେବେ ଚଳିତ ମୌସୁମୀ ଋତୁରେ ଗତ ଜୁନ୍‍ ୧ ତାରିଖରୁ ଆଜି ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ବର୍ଷାଠାରୁ କମ୍‍ ବର୍ଷା ହୋଇଛି । ଏହି ସମୟ ମଧ୍ୟରେ ୮୪୫ ଦଶମିକ ୮ ମିଲିମିଟର ସ୍ୱାଭାବିକ ବର୍ଷା ହେବାକୁ ଥିବାବେଳେ ସାରା ରାଜ୍ୟରେ ୭୬୪ ମିଲିମିଟର ବର୍ଷା ହୋଇଛି ।

Get real time updates directly on you device, subscribe now.