fbpx

ସାବଧାନ୍! ୭ ଜିଲ୍ଲାରେ ପ୍ରବଳ ବର୍ଷିବ: ୩ ଘଣ୍ଟା ପାଇଁ ସତର୍କବାଣୀ ଶୁଣାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ମାଡ଼ି ଆସୁଛି ପ୍ରବଳ ବର୍ଷା । ଆଗାମୀ ୩ ଘଣ୍ଟାରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ସମେତ କନ୍ଧମାଳ, ମୟୁରଭଞ୍ଜ ଏବଂ କେନ୍ଦୁଝରକୁ ମଧ୍ୟ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ । ଆଗାମୀ ୩ ଘଣ୍ଟା ମଧ୍ୟରେ ଏହି ୭ଟି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରାଯାଇଛି । ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି ।

ଏହାବ୍ୟତୀତ ରାଜ୍ୟର ୧୧ଟି ଜିଲ୍ଲାକୁ ଘଡ଼ଘଡ଼ି ବର୍ଷା ଓ ପବନ ହେବା ନେଇ ପାଣିପାଗ ବିଭାଗ । ଏହି ତାଲିକାରେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ ସହିତ ଜଗତସିଂହପୁର, ଗଞ୍ଜାମ, ଗଜପତି, ନୂଆପଡ଼ା, ନବରଙ୍ଗପୁର ଏବଂବଲାଙ୍ଗୀର ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି । ଏହି ସମୟ ମଧ୍ୟରେ ପବନର ବେଗ ୩୦ରୁ କି.ମି ପ୍ରତି ଘଣ୍ଟା ରହିପାରେ ବୋଲି ଆଶଙ୍କା କରାଯାଉଛି ।

Get real time updates directly on you device, subscribe now.