ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୯୦୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୭ ହଜାର ୬୩୭କୁ ବୃଦ୍ଧି ପାଇଛି । ଦିନକରେ ୩୭ ହଜାର ୫୬୬ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।
ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩ ଲକ୍ଷ ୧୬ ହଜାର ୮୯୭କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୫୨ ହଜାର ୬୫୯ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୯୩ ଲକ୍ଷ ୬୬ ହଜାର ୬୦୧ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୨ କୋଟି ୩୬ ଲକ୍ଷ ୬୩ ହଜାର ୨୭୭ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।