fbpx

ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଅସୁସ୍ଥ: ରାଜଧାନୀର ଘରୋଇ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜନୈତିକ କ୍ଷେତ୍ରରୁ ଆସିଛି ଏକ ବଡ଼ ଖବର । ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଅସୁସ୍ଥ ହୋଇ ପଡ଼ିଛନ୍ତି । ତେଣୁ ଚିକିତ୍ସା ନିମନ୍ତେ ତାଙ୍କୁ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ, ସାଂସଦ ସସ୍ମିତ ପାତ୍ର ଓ ସାଂସଦ ମାନସ ମଙ୍ଗରାଜ ଶ୍ରୀ ସାହୁଙ୍କୁ ହସ୍ପିଟାଲରେ ଭେଟି ଆଶୁ ଆରୋଗ୍ୟ କାମନା କରିଛନ୍ତି । ଆସନ୍ତା ୨-୧-୨ ଦିନ ମଧ୍ୟରେ ବିଜେଡି ସାଂସଦ ହସ୍ପିଟାଲରୁ ଡିସଚାର୍ଜ ହେବେ ବୋଲି ଜଣାପଡ଼ିଛି ।

ସୂଚନାଯୋଗ୍ୟ ଯେ, ଆସନ୍ତା ୧୯ ତାରିଖଠାରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଆରମ୍ଭ ହେବ । ଏଥିସହିତ ୪ଟି ରାଜ୍ୟରେ ବିଧାନସଭା ନିର୍ବାଚନ ମଧ୍ୟ ହେବ । ଜୁନ ମାସ ୪ ତାରିଖରେ ନିର୍ବାଚନର ଫଳାଫଳ ଘୋଷଣା ହେବ । ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନେ ପର୍ଯ୍ୟାୟକ୍ରମେ ନିଜ ନିଜର ପ୍ରାର୍ଥୀ ତାଲିକା ଜାରି କରୁଛନ୍ତି । ଏହା ମଧ୍ୟରେ ରାଜନେତାଙ୍କର ଦଳ ବଦଳ ପ୍ରକ୍ରିୟା ଦେଖିବାକୁ ମିଳୁଛି । କିଛି ନେତା ଅନ୍ୟ ଦଳରେ ସାମିଲ ହେଉଥିବା ଦେଖାଯାଉଛି ।

Get real time updates directly on you device, subscribe now.