fbpx

ଭରତପୁର ଥାନା ମାମଲା; ୭ ଜଣଙ୍କୁ ରୋଡ ରୋମିଓଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର: ଭରତପୁର ଥାନା ମାମଲାରେ ୭ ଜଣଙ୍କୁ ଗିରଫ କରିଛି ପୋଲିସ । ମହିଳାଙ୍କ ସହ ଅସଦାଚରଣ କରିବା ଅଭିଯୋଗରେ ୭ ଜଣ ଇଞ୍ଜିନିୟରିଂ ଛାତ୍ରଙ୍କୁ ଗିରଫ କରାଯାଇଛି । ସୁନ୍ଦରପୁର ରାସ୍ତାରେ ମେଜରଙ୍କ ବାନ୍ଧବୀ ଅଙ୍କିତାଙ୍କ ସହ ଗଣ୍ଡଗୋଳ ହୋଇଥିଲା । ଏହି ଗଣ୍ଡଗୋଳ ମାମଲାରେ ୭ ଜଣଙ୍କୁ ପୋଲିସ ଗିରଫ କରିଛି । ଏହାସହିତ ୧୧ ଟି ମୋବାଇଲ ଏବଂ ଗୋଟିଏ ଗାଡ଼ି ମଧ୍ୟ ଜବତ ହୋଇଛି । ଭରତପୁର ଥାନା ଆଇଆଇସିଙ୍କ ଏତଲା ଆଧାରରେ ଏମାନଙ୍କୁ ଗିରଫ କରାଯାଇଥିବା ଜାଣିବାକୁ ମିଳିଛି ।

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ୭ ଜଣ ରୋଡ୍‌ ରୋମିଓଙ୍କୁ ଧରିଲା କମିଶନରେଟ୍‌ ପୋଲିସ । ସିସିଟିଭି ଆଧାରରେ ୭ ଜଣଙ୍କୁ ଧରିଲା କମିଶନରେଟ ପୋଲିସ । ଧରାପଡ଼ିଥିବା ୭ ଜଣଙ୍କୁ ଚନ୍ଦକା ଥାନାରେ ଅଟକ ରଖି କରୁଛି ପଚରାଉଚରା । ରାତିରେ ଫେରୁଥିବା ବେଳେ ଦୁର୍ବୃତ୍ତମାନେ ଦୁର୍ବ୍ୟବହାର କରିଥିଲେ । ଏନେଇ ଥାନାକୁ ଏତଲା କରିବାକୁ ଆସି ମାଡ଼ ଖାଇଥିଲେ ଉଭୟ ମେଜର ଓ ତାଙ୍କ ବାନ୍ଧବୀ ।

ସେପଟେ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଲେ ସେନା ଅଧିକାରୀ । ସେନା କମାଣ୍ଡର ଲେଫ୍ଟନାଣ୍ଟ ଜେନେରାଲ ପି.ଏସ୍‌ ଶେଖାୱତ୍‌ଙ୍କ ଚିଠି । ‘ଥାନାକୁ ସୁରକ୍ଷା ମାଗିବାକୁ ଯାଇଥିବା ସେନାଧିକାରୀଙ୍କୁ ପୋଲିସ ପିଟିଛି । ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ ନିର୍ଯାତନା ଦେଇଛି । ବାନ୍ଧବୀଙ୍କୁ ଯୌନ ନିର୍ଯାତନା ସହ ସେନାଧିକାରୀଙ୍କୁ ହାଜତରେ ପୂରାଇଛନ୍ତି ।’ ମାମଲାକୁ ଗୁରୁତ୍ୱର ସହ ନେଇ ଏଥିରେ ହସ୍ତକ୍ଷେପ କରିବାକୁ ନିବେଦନ କରିଛନ୍ତି ସେନା ଅଧିକାରୀ । ଗତକାଲି ଏନେଇ କାନ୍ଦି କାନ୍ଦି ସେଦିନର କାଳ ରାତିର କଥା ବଖାଣିଥିଲେ ମେଜରଙ୍କ ବାନ୍ଧବୀ । କେଉଁଭଳି ତାଙ୍କୁ ଆଇଆଇସି ଯୌନ ନିର୍ଯାତନା ଦେଇଥିଲେ, ସେ କଥା କହିଚନ୍ତି । “୧୫ ତାରିଖ ରାତି ୧ଟାରେ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁବଂଶଙ୍କ ସହ ଫେରୁଥିଲି । କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁବଂଶଙ୍କୁ ହାଜତରେ ପୂରାଇଦେଲେ । ମୁଁ ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ମୋତେ ଘୋଷାଡ଼ି ପିଟିଲେ ।

Get real time updates directly on you device, subscribe now.