fbpx

ଦିନ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱର ଓ ଝାରସୁଗୁଡ଼ା ସର୍ବାଧିକ ଉତ୍ତପ୍ତ: ୪୧ ଡିଗ୍ରୀ ତାପମାତ୍ରା ରେକର୍ଡ

ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଛି । ଦିନ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱର ଓ ଝାରସୁଗୁଡ଼ା ହେଉଛି ସବୁଠାରୁ ଉତ୍ତପ୍ତ ସହର । ୨ଟି ସହରରେ ୪୧ ଡିଗ୍ରୀ ତାପମାତ୍ରା ରେକର୍ଡ କକରାଯାଇଛି ।

ଏହା ସହ ସମ୍ବଲପୁର ୪୦.୬ ଡିଗ୍ରୀ, ଚାନ୍ଦବାଲିରେ ୪୦, ହୀରାକୁଦରେ ୩୯.୪ ଡିଗ୍ରୀ, କେନ୍ଦୁଝରରେ ୩୭.୨, ବାଲେଶ୍ୱରରେ ୩୫.୮, ଗୋପାଳପୁରରେ ୩୪.୮ ଡିଗ୍ରୀ ରେକର୍ଡ କରାଯାଇଛି ।

ଆଜିଠାରୁ ପାଗରେ ପରିବର୍ତ୍ତନ ହେବ ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତାକାଲିଠାରୁ ୧୮ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି ।ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଝାରସୁଗୁଡ଼ା ଜିଲ୍ଲାରେ କାଳେବୈଶାଖୀ ଜାରି ରହିବ । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.