fbpx

ହଠାତ୍ ବଦଳିଗଲା ସ୍ମାର୍ଟସିଟି ପାଗ: ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା, ୨ ଜିଲ୍ଲାକୁ ଆଲର୍ଟ

Advertisement

ଭୁବନେଶ୍ୱର :  (ଓଡ଼ିଶା ଭାସ୍କର) ଭିଷଣ ଖରା ପରେ ଆଜି ବଦଳିଛି ପାଗ । ରାଜଧାନୀରେ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ବର୍ଷା ପବନ ହେଉଛି । ବର୍ଷା ଯୋଗୁଁ ୩ଘଣ୍ଟା ପାଇଁ ୨ ଜିଲ୍ଲାକୁ ଆଲର୍ଟ ଜାରି କରି ଦିଆଯାଇଛି । ପାଣିପାଗର ପୂର୍ବାନୁମାନରୁ କୁହାଯାଇଥିଲା ରାଜଧାନୀ ଭୁବନେଶ୍ୱରରେ ମୌସୁମୀର ପ୍ରଭାବ ଦେଖିବାକୁ ମିଳିବ, ଏଥିପାଇଁ ଆଜି ପାଗ ଅନୁକୂଳ ରହିଛି । ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇଛି ।

ସୂଚନା ଅନୁଯାୟୀ, ରାଜ୍ୟର ବିଭିନ୍ନ ଅଞ୍ଚଳରେ ଜାରି ରହିଛି ମୌସୁମୀ ବର୍ଷା । ବର୍ଷାର ପରିମାଣ,ପବନର ଦିଗ ଓ ତାପମାତ୍ରାରେ ହ୍ରାସ ମୌସୁମୀର ଓଡ଼ିଶା ପ୍ରବେଶର ସମ୍ଭାବନା ବୃଦ୍ଧି କରାଇଛି । ଦକ୍ଷିଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ମୌସୁମୀ ବର୍ଷା ସାଙ୍ଗକୁ ପାଗ ମେଘୁଆ ରହିଛି । ଆଜି ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ । ଗତ ୩୬ ଘଣ୍ଟା ହେବ ଏହି ସବୁ ଅଞ୍ଚଳରେ ଲାଗି ରହିଛି ବର୍ଷା ।

Get real time updates directly on you device, subscribe now.