fbpx

ଭୁବନେଶ୍ୱର ସବକଲେକ୍ଟର, ତହସିଲ ଅଫିସ ବନ୍ଦ; ଜାଣନ୍ତୁ କାହିଁକି

ଭୁବନେଶ୍ୱର,(ଓଡିଶା ଭାସ୍କର): ରାଜଧାନୀ ଭୁବନେଶ୍ୱର ସବକଲେକ୍ଟର ଅଫିସ ଓ ତହସିଲ ଅଫିସ ୫ ଦିନ ପାଇଁ ବନ୍ଦ କରାଯାଇଛି । ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ଉଭୟ ଅଫିସ ବନ୍ଦ ରହିବ । ଉଭୟ ଅଫିସର ୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏଭଳି ପଦକ୍ଷେପ ଗ୍ରହଣ କରିଛି ପ୍ରଶାସନ ।

ତେବେ ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ଏହାରି ମଧ୍ୟରେ ଆଜି ପୁଣି ୬୨୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୬୭ ଓ ସ୍ଥାନୀୟ ଅଞ୍ଚଳରୁ ୨୬୧ ଜଣ ଚିହ୍ନଟ ହେବା ସହ ୯୬ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.