ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ, ୩ ଥର ଖଣ୍ଡପଡ଼ା ଆସନରୁ ବିଧାୟକ ହୋଇଥିଲେ

ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ମର୍ଦ୍ଦରାଜଙ୍କ ପରଲୋକ ।

ଭୁବନେଶ୍ବର: ପରଲୋକରେ ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ । ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ।

ଖଣ୍ଡପଡ଼ାଗଡ଼ର ରାଜା ହେଉଛନ୍ତି ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ । ୩ ଥର ଖଣ୍ଡପଡ଼ା ଆସନରୁ ବିଧାୟକ ଭାବେ ନିର୍ବାଚିତ ହେଇଥିଲେ । ୧୯୮୦, ୧୯୯୫ ଓ ୧୯୯୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଖଣ୍ଡପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ, ୯ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । 

ସେହିପରି ଉପବାଚସ୍ପତି ଭାବେ ମଧ୍ୟ ଦାୟିତ୍ବ ତୁଲାଇ ଥିଲେ । କଂଗ୍ରେସ ଦଳ ସହ ଦୀର୍ଘ ବର୍ଷ ଧରି ଜଡ଼ିତ ଥିଲେ । ବିଭୁତି ୧୯୮୯ ମସିହାରୁ ୧୯୯୦ ମସିହା ଯାଏଁ ଏବଂ ୧୯୯୬ ମସିହାରୁ ୨୦୦୦ ମସିହା ଯାଏଁ ୯ମ ଓ ୧୧ଶ ଓଡ଼ିଶା ବିଧାନ ସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।

ବିଭୁତି ଭୂଷଣ ସିଂହ ମର୍ଦ୍ଦରାଜ ୧୯୫୫ ମସିହାର ଜାନୁଆରୀ ମାସ ୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ 70 ବର୍ଷ ହୋଇଥିଲା । ହୃଦଜନିତ ସମସ୍ୟା ଯୋଗୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି ।