ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ୨୦୨୮ ପର୍ଯ୍ୟନ୍ତ ଦେଶବାସୀଙ୍କୁ ମିଳିବ ମାଗଣା ଚାଉଳ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ୨୦୨୮ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ୨୦୨୮ ଡିସେମ୍ବର ପର୍ଯ୍ୟନ୍ତ ବୃଦ୍ଧି ନେଇ କେନ୍ଦ୍ର କ୍ୟାବିନେଟର ମଂଜୁରୀ । ସେପଟେ ପୁଣି ରାଜ୍ୟରେ ଥରେ ରାସନକାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ ।
ହିତାଧିକାରୀଙ୍କୁ ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରିଥିବା କହିଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଗତ ଅଗଷ୍ଟ ୧୭ ତାରିଖରେ ମନ୍ତ୍ରୀ କହିଛନ୍ତି ଓଡ଼ିଶା ଲୋକଙ୍କ ଗହମ ପାଇଁ ଚାହିଦାକୁ ଦୃଷ୍ଟିରେ ରଖି ଦାବି ରଖିଛି । ତେବେ ପୂର୍ବରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳୁଥିବା ଗହମ କୁ ବନ୍ଦ କରି ଅଧିକ ଚାଉଳ ଦେବାକୁ କେନ୍ଦ୍ରକୁ ଦାବି କରି ଗହମ ଯୋଗାଣକୁ ବନ୍ଦ କରିଦିଆ ଯାଇଥିଲା ।