fbpx

BIG BREAKING; ରାଜ୍ୟ କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ

AAKASH

ଓଡିଶା ଭାସ୍କର; ରାଜ୍ୟ କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ । ଏଥିରେ ମେଟ୍ରୋ ରେଳ ପ୍ରକଳ୍ପକୁ ମଞ୍ଜୁରି ମିଳିଛି । ଭୁବନେଶ୍ୱର ଏୟାରପୋର୍ଟରୁ ତ୍ରିଶୁଳିଆ ହେବ ମେଟ୍ରୋ ରେଳ । ମେଟ୍ରୋ ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ ୫୯୨୯ କୋଟି ୩୯ ଲକ୍ଷ ଟଙ୍କା । ଏଥିପାଇଁ ଫେଜ ୧ ଡିପିଆରକୁ ମଞ୍ଜୁରି ମିଳିଛି । ପ୍ରଥମ ପର୍ୟ୍ୟାୟ କାମ ୪ ବର୍ଷ ମଧ୍ୟରେ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏୟାରପୋର୍ଟରୁ ତ୍ରିଶୁଳିଆ ମଧ୍ୟରେ ମୋଟ ୨୦ ଷ୍ଟେସନ ରହିବ। ଏୟାରପୋର୍ଟରୁ ତ୍ରିଶୁଳିଆ ପର୍ୟ୍ୟନ୍ତ ମେଟ୍ରୋ ରେଳ ପୂରା ଓଭରବ୍ରିଜ୍‌ ଉପରେ ସମସ୍ତ ଷ୍ଟେସନ ଓ ରେଳ ଧାରଣା ରହିବ। ଏଥି ସହିତ ଅତ୍ୟାଧୁନିକ କୋଚ୍, ଟିକେଟ ଓ ସିଗ୍ନାଲ ବ୍ୟବହାର କରାଯିବ। ଦିଲ୍ଲୀ ମେଟ୍ରୋ ରେଳ ନିଗମ ଦ୍ବାରା ନିର୍ମାଣ କାମ ପାଇଁ ନିଷ୍ପତ୍ତି ହୋଇଛି। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ଲୋକସଭା ଭବନରେ ଆୟୋଜିତ ହୋଇଥିବା ଏହି ବୈଠକରେ ମୋଟ ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ସୂଚନା ମିଳିଛି । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଶକ୍ତି ବିକାଶ କାର୍ୟ୍ୟକ୍ରମ ଅଧୀନରେ କାମ କରିବ ନୂଆ ଯୋଜନା SCRIPS ଶକ୍ତି ବିଭାଗର ଏହି ପ୍ରସ୍ତାବକୁ ଆଜି ରାଜ୍ୟ କ୍ୟାବିନେଟ୍ ଅନୁମୋଦନ ପ୍ରଦାନ କରିଛି। ସେହିପରି ଏହି ପ୍ରମୁଖ ପ୍ରସ୍ତାବ ମଧ୍ୟରେ ଋଷିକୂଲ୍ୟା ନଦୀରେ ବ୍ୟାରେଜ ନିର୍ମାଣ ହେବ । ଏହା ସହ ବ୍ରହ୍ମପୁର ସହରରେ ରିଂ ରୋଡ ବ୍ୟବସ୍ଥା ହେବ ବୋଲି ଜଣାପଡିଛି ।

Get real time updates directly on you device, subscribe now.