fbpx

BIG BREAKING: କାମଚଳା ବଜେଟ୍ ଆଗତ କଲେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ

ଓଡ଼ିଶା ଭାସ୍କର: ଆଜି ବିଧାନସଭା ବଜେଟ ଅଧିବେଶନର ଚତୁର୍ଥ ଦିନ। ଏହି ପରିପ୍ରେକ୍ଷୀରେ ଆଜି ବିଧାନସଭାରେ ଉପସ୍ଥାପନ ହୋଇଛି କାମଚଳା ବଜେଟ୍ । ସଂଧ୍ୟା ୪ଟା ୪୫ରେ କାମଚଳା ବଜେଟ୍ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ।

ସୂଚନା ଥାଉକି, ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୧ ଲକ୍ଷ ୧୮ ହଜାର କୋଟିର କାମଚଳା ବଜେଟ୍ ଉପସ୍ଥାପନ କରିଛନ୍ତି । ନିଜର ବଜେଟ ଉପସ୍ଥାପନ ବେଳେ ସେ କହିଛନ୍ତି ଯେ ଓଡ଼ିଶା ୧୦୦ ନିୟୁତ ଡଲାର ଅର୍ଥନୀତିରେ ପରିଣତ ହୋଇଛି । ୨୦୨୩-୨୪ ଆର୍ଥିକ ବର୍ଷରେ ଓଡ଼ିଶାର ହାରାହାରି ଅଭିବୃଦ୍ଧି ହାର ୭.୨୫ ପ୍ରତିଶତରେ ପହଞ୍ଚିଛି, ଯାହାକି ଜାତୀୟ ହାରଠାରୁ ୧ ପ୍ରତିଶତ ଅଧିକ ରହିଛି । ରାଜ୍ୟରେ ମୁଣ୍ଡପିଛା ଆୟ ଓ ଜାତୀୟ ମୁଣ୍ଡପିଛା ଆୟ ମଧ୍ୟରେ ବ୍ୟବଧାନ ୩୨ ପ୍ରତିଶତକୁ ରୁ ୧୩ ପ୍ରତିଶତକୁ ହ୍ରାସ ପାଇଛି। ସେହିପରି ଆଗାମୀ ଆର୍ଥିକ ବର୍ଷରେ ଅଭିବୃଦ୍ଧି ହାର ୮.୫% ଆକଳନ ରହିଛି ।

ତେବେ ଧାନ ମୂଲ୍ୟ ସଠିକ ସମୟରେ ପ୍ରଦାନ ପାଇଁ ୨ହଜାର କୋଟିର ରିଭଲ୍‌ଭିଂ ଫଣ୍ଡ ବ୍ୟବସ୍ଥା। ଆଗାମୀ ୫ ବର୍ଷରେ ୧୮୫୮ ସ୍ୱାସ୍ଥ୍ୟକେନ୍ଦ୍ରର ରୂପାନ୍ତରଣ ହେବ। ସ୍ୱାସ୍ଥ୍ୟକେନ୍ଦ୍ରର ରୂପାନ୍ତରଣ ପାଇଁ ୫ ବର୍ଷରେ ୩୩୮୯ କୋଟି ବ୍ୟୟ କରାଯିବ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୫୪୫୦ କୋଟିର ବ୍ୟୟବରାଦ କରାଯିବ। ଏହା ସହ ଅନ୍ୟାନ ବିଭାଗର ବ୍ୟୟବରାଦ ନେଇ ସେ ବର୍ତ୍ତମାନ ବଜେଟ ଉପସ୍ଥାପନ ଜାରି ରଖିଛନ୍ତି।

Get real time updates directly on you device, subscribe now.