fbpx

ବଡ଼ ଖବର : ଚଳିତବର୍ଷ ହେବନି ରଥଯାତ୍ରା

ନୂଆଦିଲ୍ଲୀ, ୧୮ା୬: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଲା । ରଥଯାତ୍ରାକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି । ଚଳିତବର୍ଷ ଜୁନ ୨୩ରେ ହେବାକୁ ଥିବା ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବନାହିଁ ବୋଲି ସୂଚନା ମିଳିଛି । ରଥଯାତ୍ରା ସମ୍ପର୍କିତ ସମସ୍ତ କାର୍ଯ୍ୟକଳାପ ଉପରେ ମଧ୍ୟ ସ୍ଥଗିତାଦେଶ ଲଗାଇଛନ୍ତି ସୁପ୍ରିମକୋର୍ଟ । କରୋନା ସଙ୍କଟ ବେଳେ ଲୋକ ଏକାଠି ହେବା ଉପରେ ମଧ୍ୟ ରୋକ ଲଗାଯାଇଛି । ଜନସ୍ୱାସ୍ଥ୍ୟ ଓ ନାଗରିକ ସୁରକ୍ଷା ଦୃଷ୍ଟିରୁ ସୁପ୍ରିମକୋର୍ଟ ଏହିପରି ନିଷ୍ପତ୍ତି ନେଇଥିବା ସୂଚନା ରହିଛି । ଏଥି ସହିତ ରଥଯାତ୍ରାକୁ ଅନୁମତି ଦେଲେ ଜଗନ୍ନାଥ ଆମକୁ କ୍ଷମା ଦେବେନି ବୋଲି ସୁପ୍ରିମକୋର୍ଟ କହିଛନ୍ତି ।

Get real time updates directly on you device, subscribe now.