fbpx

ବଡ଼ ଖବର: ରାଜ୍ୟରେ କରୋନା ନେଲା ଆଉ ଦୁଇ ମୁଣ୍ଡ

ଭୁବନେଶ୍ୱର, ୩ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ସର୍ବାଧିକ ୫୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦୁଇ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ସୂଚନା ମିଳିଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଦୁଇ ମୃତକ ଗଞ୍ଜାମ ଜିଲ୍ଲାର ହୋଇଥିବା ସୂଚନା ମିଳିଛି । ଜଣେ ୬୬ବର୍ଷ ବୟସ୍କ ଆକ୍ରାନ୍ତ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ସେ ଉକ୍ତ ରକ୍ତଚାପରେ ମଧ୍ୟ ପୀଡ଼ିତ ଥିଲେ । ଅନ୍ୟଜଣେ ୪୦ବର୍ଷ ବୟସ୍କ ଯୁବକଙ୍କ ମୃତ୍ୟୁ ଘଟିଛି ଓ ସେ ମଧୁମେହ ରୋଗରେ ପୀଡ଼ିତ ଥିଲେ ।

Get real time updates directly on you device, subscribe now.