fbpx

ବଡ଼ ଖବର: ଓଡ଼ିଶାରୁ ହଟିଲା ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ଆସିଛି ବଡ଼ ଖବର । କୋଭିଡ କଟକଣା ପୁଣି କୋହଳ କରିଛନ୍ତି ରାଜ୍ୟ ସରକାର । ରାଜ୍ୟରେ ଆଜିଠାରୁ ହଟିଛି ନାଇଟ୍ କର୍ଫ୍ୟୁ । ରାଜ୍ୟର ସମସ୍ତ ସହରାଞ୍ଚଳରୁ ହଟିଛି ନାଇଟ୍ କର୍ଫ୍ୟୁ । ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ଏନେଇ ନିର୍ଦ୍ଦେଶାନାମା ଜାରି ହୋଇଛି । କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାରୁ କଟକଣା କୋହଳ କରାଯାଇଛି ।

ତେବେ ଆଜି ୬୭୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୯୩ ଓ ସ୍ଥାନୀୟ ଅଞ୍ଚଳରୁ ୨୭୮ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୩୧ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୧ ହଜାର ୪୫୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୬୪ ହଜାର ୫୭୧ ରହିଥିବା ବେଳେ ୭ ହଜାର ୮୫୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.