fbpx

ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଇଁ ପୂର୍ବ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର, ୩ା୨(ଓଡ଼ିଶା ଭାସ୍କର): ମାର୍ଚ୍ଚ ୫ରେ ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳନ କରାଯିବ । ଏନେଇ ବିଜେଡ଼ି ମୁଖ୍ୟ କାର୍ଯ୍ୟାଳୟରେ ପୂର୍ବ ପ୍ରସ୍ତୁତି ବୈଠକ ଆରମ୍ଭ ହୋଇଛି । ସାଧାରଣ ସମ୍ପାଦକ ସଞ୍ଜୟ ଦାସ ବର୍ମାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଆରମ୍ଭ ହୋଇଛି । ସେହି ବୈଠକରେ ବରିଷ୍ଠ ନେତା ଓ ମନ୍ତ୍ରୀ ଯୋଗ ଦେଇଛନ୍ତି ।

ମାର୍ଚ୍ଚ ୫ ରେ ପାଳନ ହେବ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ । ସପ୍ତାହେ ଧରି ଜନ୍ମ ଜୟନ୍ତୀ ପାଳନ ନେଇ ନିଷ୍ପତ୍ତି ନିଆଯାଇଛି । ଜନ୍ମସ୍ଥାନ କଟକରୁ କାର୍ଯ୍ୟକ୍ରମ ଆରମ୍ଭ ହେବ । ୨୦ବର୍ଷ ପୂର୍ତ୍ତି ଅବସରରେ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ।

Get real time updates directly on you device, subscribe now.