ଭୁବନେଶ୍ୱର, ୧୭ା୪(ଓଡ଼ିଶା ଭାସ୍କର): ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଆଜି ଶ୍ରାଦ୍ଧ ଦିବସ । ତାଙ୍କର ସ୍ୱାଧୀନତା ସଂଗ୍ରାମରେ ଅନେକ ଅବଦାନ ରହିଛି । କାଶ୍ମୀରରେ ଭାରତୀୟ ସେନାଙ୍କୁ ପହଞ୍ଚାଇବାରେ ତାଙ୍କର ଯଥେଷ୍ଟ ଭୂମିକା ରହିଥିଲା । ଏହାସହ ତାଙ୍କୁ ଇଣ୍ଡୋନେସିଆର ଭୂମିପୁତ୍ର ସମ୍ମାନ ମିଳିଥିଲା । ସେ ଏମିତି ଜଣେ ବ୍ୟକ୍ତିତ୍ୱ ଥିଲେ ଯାହାର ପାର୍ଥିବ ଶରୀର ଉପରେ ତିନି ଦେଶର ଜାତୀୟ ପତାକା ରଖାଯାଇଥିଲା ।
ଆଜି ତାଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ପରିପ୍ରେକ୍ଷୀରେ ସର୍ବଦା ଲୋକଙ୍କ ସହ ରହିବା ଓ ପ୍ରତିଟି ଲୋକର କଲ୍ୟାଣ ଓ ଉନ୍ନତି ପାଇଁ କାମ କରିବା ବିଜୁବାବୁଙ୍କ ମନ୍ତ୍ର ଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସବୁବେଳେ ଲୋକଙ୍କ ସହ ରହିବା ଏବଂ ପ୍ରତିଟି ଲୋକର କଲ୍ୟାଣ ଓ ଉନ୍ନତି ପାଇଁ କାର୍ଯ୍ୟ କରିବା ବିଜୁ ବାବୁଙ୍କ ମନ୍ତ୍ର ଥିଲା; ଯାହା ଲୋକଙ୍କ ସେବା ପାଇଁ ସର୍ବଦା ଆମକୁ ଅନୁପ୍ରାଣିତ କରିଆସିଛି। ସେହି ମହାନ ପୁଣ୍ୟାତ୍ମା, ଓଡ଼ିଶାର ବରପୁତ୍ର, ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି। pic.twitter.com/yB7aOsxgcF
— Naveen Patnaik (@Naveen_Odisha) April 17, 2020