ରାମନବମୀରେ ବଡ଼ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଜଣେ ମୃତ

ମାର୍ଶାଘାଇ: ରାମନବମୀରେ ଘଟିଗଲା ବଡ଼ ଦୁର୍ଘଟଣା। ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ମେହେନ୍ଦିନଗର-ହୁରାସାହି ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି।

ସୂଚନାମୁତାବକ, ଦୁଇ ବାଇକ୍ ଖୁବ ଜୋରରେ ମୁହାଁମୁହିଁ ଧକ୍କା ହୋଇଥିଲେ। ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକେ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଇଥିଲେ।

ଏଥିରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଏହି ଦୁର୍ଘଟଣାରେ ପାରାଦୀପ ପ୍ରତିନିଧି ରଶ୍ମିରଞ୍ଜନ ରାଉତରାୟ ଗୁରୁତର ଥିବା ଜଣାପଡିଛି।