fbpx

ଆଜି ବିଜେଡ଼ିର ୨୫ତମ ପ୍ରତିଷ୍ଠା ଦିବସ, ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Advertisement

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌): ଆଜି ବିଜୁ ଜନତା ଦଳ (ବିଜେଡ଼ି) ପାଳନ କରିବ ୨୫ତମ ପ୍ରତିଷ୍ଠା ଦିବସ । ରାଜ୍ୟର ସମସ୍ତ ବ୍ଲକ୍‌ ଏବଂ ସହରାଞ୍ଚଳରେ ବିଜେଡି ପ୍ରତିଷ୍ଠା ଦିବସ ପାଳନ ହେବ । ଦଳର ସମସ୍ତ ନିର୍ବାଚିତ ପ୍ରତିନିଧି, ଯୁବ, ଛାତ୍ର, ମହିଳା, ବରିଷ୍ଠ ସଦସ୍ୟ ଓ କର୍ମକର୍ତ୍ତାମାନେ ଉପସ୍ଥିତ ରହିବେ । କୋଭିଡ୍‌ ନିୟମରେ ପ୍ରତିଷ୍ଠା ଦିବସ ପାଳନ କରାଯିବ । ଭୁବନେଶ୍ୱରରୁ ଅପରାହ୍ନ ୪ଟା ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି ।

Get real time updates directly on you device, subscribe now.