fbpx

ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କଲେ ସୁପ୍ରିମୋ ନବୀନ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଏପ୍ରିଲ ୧୯ରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇସାରିଥିବା ବେଳେ ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ସେମାନଙ୍କର ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ ଏହା ମଧ୍ୟରେ ନେତାଙ୍କର ଦଳ ବଦଳ ପ୍ରକ୍ରିୟା ଦେଖିବାକୁ ମିଳିଛି ।

ଆଜି ବିଧାନସଭା ନିର୍ବାଚନ ପାଇଁ ବିଜେଡି ତା’ର ୬ଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଥିଲା । ତେବେ ଆଜି ବିଜେଡି ନିର୍ବାଚନ ପାଇଁ ୪୦ ଜଣିଆ ତାରକା ପ୍ରଚାରକଙ୍କ ତାଲିକା ଘୋଷଣା କରିଛି । ଏହି ଲିଷ୍ଟର ୧ ନମ୍ବର ସ୍ଥାନରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ରହିଥିବା ବେଳେ ୨ ନମ୍ବରରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ରହିଛନ୍ତି । ୩ୟ ସ୍ଥାନରେ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ରହିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଚନ୍ଦ୍ର ଶେଖର ସାହୁ, ଅଶୋକ ଚନ୍ଦ୍ର ପଣ୍ଡା, ନିରଞ୍ଜନ ବିଶି, ସୁଲତା ଦେଓ, ବ୍ୟୋମକେଶ ରାୟ, ମମତା ମହାନ୍ତ, ସସ୍ମିତ ପାତ୍ର, ଏଲିନା ଦାସ ରହିଛନ୍ତି ।

Get real time updates directly on you device, subscribe now.