fbpx

ବିଧାନସଭା ନିର୍ବାଚନ ପାଇଁ ବିଜେଡିର ୮ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଲୋକସଭା ନିର୍ବାଚନ ପାଇଁ ଗତ ୧୯ ତାରିଖରେ ଦେଶରେ ପ୍ରଥମ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିବା ବେଳେ ଗତ ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଛି । ଆଗକୁ ଆଉ ୫ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ସେହିପରି ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ନିର୍ବାଚନ ପାଇଁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ କିଛି ନେତା ଦଳ ବଦଳ କରୁଥିବା ଦେଖାଯାଇଛି ।

ତେବେ ଏହା ମଧ୍ୟରେ ରାଜ୍ୟ ବିଧାନସଭା ନିର୍ବାଚନ ପାଇଁ ବିଜେଡି ତା’ର ୮ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ପୂର୍ବରୁ ଦଳ ୭ଟି ପର୍ଯ୍ୟାୟରେ ପ୍ରାର୍ଥୀଙ୍କ ତାଲିକା ଜାରି କରିଥିବା ବେଳେ ଏବେ ପୁଣି ଏକ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରିଛି । ୮ମ ପର୍ଯ୍ୟାୟରେ ଦଳ ୩ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ଭୋଗରାଇ ଆସନ ପାଇଁ ଗୌତମ ବୁଦ୍ଧ ଦାସ, ବେଗୁନିଆ ପାଇଁ ପ୍ରଦୀପ ସାହୁ ଓ ଖୋର୍ଦ୍ଧା ପାଇଁ ରାଜେନ୍ଦ୍ର ସାହୁଙ୍କୁ ପ୍ରାର୍ଥୀ କରାଯାଇଛି ।

Get real time updates directly on you device, subscribe now.