fbpx
BJD SKY
BJD SKY

ବିଧାନସଭା ନିର୍ବାଚନ ପାଇଁ ବିଜେଡି ଘୋଷଣା କଲା ଅନ୍ତିମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

BJD

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଲୋକସଭା ନିର୍ବାଚନ ପାଇଁ ଗତ ମାସ ୧୯ ତାରିଖରେ ଦେଶରେ ପ୍ରଥମ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିବା ବେଳେ ଗତ ମାସ ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିଲା । ଆଗକୁ ଆଉ ୫ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ସେହିପରି ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ନିର୍ବାଚନ ପାଇଁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ ଟିକେଟ କଟିବା ପରେ କିଛି ନେତା ଦଳ ଛାଡ଼ୁଥିବା ଦେଖାଯାଇଛି ।

ତେବେ ଲୋକସଭା ନିର୍ବାଚନ ପାଇଁ ବିଜେଡି ପୂର୍ବରୁ ତା’ର ସମସ୍ତ ୨୧ଟି ଆସନରେ ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛି । ସେହିପରି ବିଧାନସଭା ନିର୍ବାଚନ ପାଇଁ ଦଳ ପୂର୍ବରୁ ୮ଟି ପର୍ଯ୍ୟାୟରେ ୧୪୪ଟି ଆସନ ପାଇଁ ପ୍ରାର୍ଥୀ ତାଲିକା ଜାରି କରି ସାରିଥିବା ବେଳେ ଆଉ ୩ଟି ଆସନ ବାକି ରହିଥିଲା । ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଉକ୍ତ ୩ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି । ଖଣ୍ଡପଡ଼ାରୁ ସାବିତ୍ରୀ ପ୍ରଧାନ, ନୀଳଗିରିରୁ ସୁକାନ୍ତ ନାୟକ ଓ କୋରେଇରୁ ସନ୍ଧ୍ୟାରାଣୀ ଦାସ ନିର୍ବାଚନ ଲଢ଼ିବେ । ସେହିପରି ଦେବଗଡ଼ ଆସନରେ ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ଦଳ ପ୍ରାର୍ଥୀ କରିଛି ।

Get real time updates directly on you device, subscribe now.