ଭୁବନେଶ୍ୱର: ୨୦୨୪ ସାଧାରଣ ବିଧାନସଭା ନିର୍ବାଚନ ଏବଂ ଲୋକସଭା ନିର୍ବାଚନ ପାଇଁ ବିଭିନ୍ନ ଜିଲ୍ଲାର ସ୍ଥିତି ଦେଖି ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଉଛି। ଏହି ପରିପ୍ରେକ୍ଷୀରେ ବିଭିନ୍ନ ସଂସଦୀୟ କ୍ଷେତ୍ର ଓ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି। ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ମାନସ ମଙ୍ଗରାଜ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି।
ସେହିପରି ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଶ୍ରୀମୟୀ ମିଶ୍ର, ଢେଙ୍କାନାଳ ଓ ହିନ୍ଦୋଳ ବିଧାନସଭା କ୍ଷେତ୍ର ଓ ପାଇଁ ସୁଶାନ୍ତ ରାଉତଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଛି। ତେଲକୋଇ ବିଧାନସଭା କ୍ଷେତ୍ର ପାଇଁ ଅଶୋକ ବଳଙ୍କୁ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି। ପରଜଙ୍ଗ ଓ କାମାକ୍ଷାନଗର ବିଧାନସଭା କ୍ଷେତ୍ର ପାଇଁ ଆଶିଷ ଚକ୍ରବର୍ତ୍ତିଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଥିବା ବେଳେ ଅନୁଗୁଳ ଜିଲ୍ଲାର ସହ-ପର୍ଯ୍ୟବେକ୍ଷକ ଭାବେ କୁନା ବିହାରୀ ଦାସଙ୍କୁ ନିଯୁକ୍ତ କରାଯାଇଛି।