fbpx

ଶ୍ରୀମୟୀ ମିଶ୍ରଙ୍କ ସମେତ ୪ ଜଣ ବଡ଼ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଏପ୍ରିଲ ୧୯ରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଥିବା ବେଳେ ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ ଏହି ଅବସରରେ ନେତାଙ୍କର ଦଳ ବଦଳ ପ୍ରକ୍ରିୟା ଦେଖିବାକୁ ମିଳିଛି । ନିକଟରେ ବିଜେଡି ଲୋକସଭା ଓ ବିଧାନସଭା ପାଇଁ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରିଥିବା ବେଳେ ଆଗକୁ ପୁଣି ତାଲିକା ଜାରି କରିବ ।

ତେବେ ଏହା ମଧ୍ୟରେ ଦଳର ୪ ଜଣ ବଡ଼ ନେତାଙ୍କୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବଡ଼ ଦାୟିତ୍ୱ ଦେଇଛନ୍ତି । ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପସଭାପତି, ସରୋଜ ସାମଲଙ୍କୁ ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ, ଶ୍ରୀମୟୀ ଶ୍ୱେତା ସ୍ନିଗ୍ଧା ମିଶ୍ରଙ୍କୁ ବିଜୁ ମହିଳା ଜନତା ଦଳର କାର୍ଯ୍ୟକାରୀ ସଭାପତି ଓ ପ୍ରଶାନ୍ତ ଶେଠୀଙ୍କୁ ବିଜେଡିର ସମ୍ପାଦକ ଭାବେ ନିଯୁକ୍ତି ଦିଆଯାଇଛି । ଏନେଇ ବିଜେଡି ସାଧାରଣ ସମ୍ପାଦକ ମାନସ ରଞ୍ଜନ ମଙ୍ଗରାଜ ଏକ ବିଜ୍ଞପ୍ତି ଜଚାରି କରିଛନ୍ତି ।

Get real time updates directly on you device, subscribe now.