fbpx

ଅନୁଗୁଳ ପାଇଁ ୨ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା BJD: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍): ଅନୁଗୁଳ ଜିଲ୍ଲା ପାଇଁ ଦୁଇଜଣ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅନୁଗୁଳ ଓ ଆଠମଲ୍ଲିକ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଚିନ୍ମୟ ସାହୁଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରିଛେଣ୍ଡିପଦା ଓ ପାଲଲହଡା ପାଇଁ ନେପୁ ସାହୁଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । ଏନେଇ ବିଜେଡିର ସାଙ୍ଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ସୂଚନା ଦେଇଛନ୍ତି ।

ତେବେ ୨୦୨୪ରେ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ବେଳେ ଏବେଠାରୁ ରାଜ୍ୟ ରାଜନୀତି ଚଳଚଞ୍ଚଳ ହେବାରେ ଲାଗିଛି । ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ଆଗାମୀ ନିର୍ବାଚନକୁ ଆଖି ଆଗରେ ରଖି ନିଜ ନିଜର ସଂଗଠନକୁ ସଜାଡ଼ିବା ସହିତ ନୂଆ ନେତାଙ୍କୁ ଦାୟିତ୍ୱ ପ୍ରଦାନ କରୁଛନ୍ତି ।

ତେବେ ନିର୍ବାଚନ ପୂର୍ବରୁ ନିକଟରେ ବିଜେଡି କିଛି ଜିଲ୍ଲା ସଂଗଠନକୁ ପୁନର୍ଗଠନ କରିବା ସହିତ ନୂଆ ନେତାଙ୍କୁ ଦାୟିତ୍ୱ ଦେଇଥିଲା । ଏହା ମଧ୍ୟରେ ପୁଣି ତିନୋଟି ଜିଲ୍ଲାରେ କିଛି ପଦାଧିକାରୀଙ୍କୁ ଦାୟିତ୍ୱ ଦେଇଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ରାୟଗଡ଼ା ଜିଲ୍ଲାରେ ୧୦ ଜଣ ପଦାଧିକାରୀଙ୍କୁ ବିଭିନ୍ନ ପଦରେ ଦାୟିତ୍ୱ ଦିଆଯାଇଛି । ବିଭିନ୍ନ ନେତାଙ୍କୁ ବିଜେଡି ରାଜ୍ୟ ସଭାପତି, ବିଜୁ ଛାତ୍ର ଜନତା ଦଳ ରାଜ୍ୟ ଉପସଭାପତି, ମହିଳା ଜନତା ଦଳ, ବିଜୁ ଯୁବ ଜନତା ଓ ବିଜୁ ଛାତ୍ର ଜନତା ଦଳର ଜିଲ୍ଲା ସଭାପତି, ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ, ଟାଉନ ସଭାପତି ପଦରେ ନିଯୁକ୍ତି ଦିଆଯାଇଛି ।

Get real time updates directly on you device, subscribe now.