fbpx

ଲାଇକେରା ଓ କାଇମିରାରେ ନୂଆ ସହ ପର୍ଯ୍ୟବେକ୍ଷକ ନିଯୁକ୍ତି କଲା BJD: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

AAKASH

ଭୁବନେଶ୍ୱର: ମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁପରେ ଝାରସୁଗୁଡ଼ା ବିଧାନସଭା ଆସନ ଖାଲି ପଡିଛି। ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ମଙ୍ଗଳବାରଠାରୁ ବିଧିବଦ୍ଧ ଭାବରେ ପ୍ରଚାର ଆରମ୍ଭ ହୋଇ ଯାଇଛି । ତିନି ପ୍ରମୁଖ ରାଜନୈତିକ ଦଳ ବିଜେପି, ବିଜେଡି ଓ କଂଗ୍ରେସ ନିଜ ସମର୍ଥକଙ୍କୁ ନେଇ ପ୍ରଚାର ମୈଦାନକୁ ଓହ୍ଲାଇଲେଣି । ଝାରସୁଗୁଡ଼ାରେ ଗ୍ରୀଷ୍ମ ତାତି ସାଙ୍ଗକୁ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଲାଣି ।

ଏହାରି ମଧ୍ୟରେ ଲାଇକେରା ଓ କାଇମିରାରେ ନୂଆ ସହ ପର୍ଯ୍ୟବେକ୍ଷକ ନିଯୁକ୍ତି କରିଛି BJD । ସୁନିତା ବିଶ୍ବାଳଙ୍କୁ ନୂଆ ସହ ପର୍ଯ୍ୟବେକ୍ଷକ ନିଯୁକ୍ତି କରାଯାଇଛି । ଝାରସୁଗୁଡ଼ା ଉପନିର୍ବାଚନ ପାଇଁ BJD ପକ୍ଷରୁ ନିଯୁକ୍ତି କରିଥିବା ବିଜ୍ଞପ୍ତି ପ୍ରକାଶ ପାଇଛି ।

ଝାରସୁଗୁଡା ଉପ ନିର୍ବାଚନ ପାଇଁ ଆସନ୍ତା ମେ’ ୮ ତାରିଖରେ ପ୍ରଚାର ଶେଷ ହେବ । ମେ ୧୦ରେ ଭୋଟଗ୍ରହଣ କରାଯିବ । ସକାଳ ୭ରୁ ସନ୍ଧ୍ୟା ୬ଟା ଯାଏ ଭୋଟ୍ ଦେବେ ଝାରସୁଗୁଡ଼ା ଭୋଟର । ମେ ୧୩ରେ ଭୋଟ ଗଣତି ଓ ଫଳାଫଳ ଘୋଷଣା କରାଯିବ ।

ସୂଚନାଥାଉ କି, ଗତ ଜାନୁଆରୀ ୨୯ ତାରିଖରେ ବ୍ରଜରାଜନଗରରେ ତତକାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ପରେ ଝାରସୁଗୁଡ଼ା ଆସନ ଖାଲି ପଡିଛି । ନବ ଦାସଙ୍କ ଗୁଳି କରି ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ଏଏସଆଇ ଗୋପାଳ ଦାସଙ୍କୁ ଗିରଫ କରାଯାଇଛି।

Get real time updates directly on you device, subscribe now.