fbpx

ବିଜେଡି ବ୍ଲକ ସଭାପତି ଅଶୋକ କୁମାର ପ୍ରଧାନ ଦଳରୁ ବହିଷ୍କୃତ: ସୁପ୍ରିମୋ ନବୀନଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ସରିଥିବା ବେଳେ ଦେଶରେ ଷଷ୍ଠ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଛି । ଜୁନ ୧ରେ ଅନ୍ତିମ ପର୍ଯ୍ୟାୟ ମତଦାନ ସରିବା ପରେ ୪ରେ ରେଜଲ୍ଟ ପ୍ରକାଶ ପାଇବ । ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଆଦି ଲୋକସଭା ଆସନ ପାଇଁ ମତଦାନ ଗ୍ରହଣ କରାଯିବ । ଟିକେଟ କଟିବା ପରେ ଅନ୍ୟ ଦଳରେ ସାମିଲ ହୋଇଥିବା ନେତା ଓ ସ୍ୱାଧୀନ ଭାବେ ଲଢ଼ୁଥିବା ନେତାମାନେ ପ୍ରମୁଖ ଦଳମାନଙ୍କର ଚିନ୍ତା ବଢ଼ାଇଛନ୍ତି ।

ତେବେ ଏହା ମଧ୍ୟରେ ବିଜେଡି ଶିବିରରୁ ଆସିଛି ଏକ ବଡ଼ ଖବର । ନୀଳଗିରି ଔପଦାର ବିଜେଡି ବ୍ଲକ ସଭାପତି ଅଶୋକ କୁମାର ପ୍ରଧାନଙ୍କୁ ଦଳରୁ ବହିଷ୍କୃତ କରାଯାଇଛି । ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଅଶୋକଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଦଳ ବିରୋଧୀ କାର୍ଯ୍ୟରେ ସମ୍ପୃକ୍ତି ନେଇ ଅଭିଯୋଗ ଆସିବା ପରେ ଅଶୋକଙ୍କୁ ଦଳରି ବିଦା କରାଯାଇଥିବା ଜଣାପଡ଼ିଛି । ଏନେଇ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏକ ପ୍ରେସ୍ ବିଜ୍ଞପ୍ତି ଜାରି କରି ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.