fbpx

ଅହେତୁକ ଦରବୃଦ୍ଧି ବିରୁଦ୍ଧରେ ପ୍ରତିବାଦ: ୧ରେ ରାଜଭବନ ଆଗରେ ଧାରଣା ଦେବ ବିଜେଡି

Advertisement

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ଅହେତୁକ ଦରବୃଦ୍ଧି କାରଣରୁ ରାଜ୍ୟର ଜନସାଧରଣ ଛଟପଟ ହେଉଛନ୍ତି । ଲୋକଙ୍କ ସ୍ୱାର୍ଥ ରକ୍ଷା ପାଇଁ ବିଜୁ ଜନତା ଦଳ ଏହି ପ୍ରସଙ୍ଗକୁ ନେଇ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ । ବିଜୁ ଜନତା ଦଳ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।

ଦଳର ବରିଷ୍ଠ ନେତା ଅତନୁ ସବ୍ୟସାଚୀ ନାୟକ କହିଛନ୍ତି ଯେ, ଆସନ୍ତା ନଭେମ୍ବର ୧ ତାରିଖରେ ରାଜ୍ୟର ୧୪୭ ନିର୍ବାଚନମଣ୍ଡଳୀରେ ମହିଳା ବିଜେଡି ପକ୍ଷରୁ ପ୍ରତିବାଦ କରାଯିବା ସହ ରାଜ୍ୟବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ ହେବ । ଏହାଛଡ଼ା ଆସନ୍ତାକାଲି ଦଳ ପକ୍ଷରୁ ରାଜଭବନ ଆଗରେ ଧାରଣା ଦିଆଯିବ ଓ ଏହାସହ ରାଷ୍ଟ୍ର ତିଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର ଦିଆଯିବ ବୋଲି ସେ କହିଛନ୍ତି । ସେ କହିଛନ୍ତି ଯେ ୫ରୁ ୭ ନଭେମ୍ବର ପର୍ଯ୍ୟନ୍ତ ପେଟ୍ରୋଲ ଓ ଡିଜେଲ ଦରର ଅହେତୁକ ବୃଦ୍ଧି କାରଣରୁ ୧୪୭ ନିର୍ବାଚନମଣ୍ଡଳୀରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ପେଟ୍ରୋଲ ପମ୍ପରେ କେନ୍ଦ୍ର ସରକାରଙ୍କ ବିରୋଧରେ ପ୍ରତିବାଦ କରାଯିବ ।

Get real time updates directly on you device, subscribe now.