fbpx
BSKY
BJD SHG SKY
BJD MC SKY

ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି; ଭିଡିଓ ବାର୍ତ୍ତା ଜରିଆରେ ଇସ୍ତାହାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି, ଇସ୍ତାହାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଏକ ଭିଡିଓ ବାର୍ତ୍ତା ଜରିଆରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । କହିଲେ, “୨୪ ବର୍ଷରେ ବିଜେଡି ସରକାର ଓଡିଶାରେ ବିକାଶ କରିଛି । ଗରିବ ପଛୁଆ ରାଜ୍ୟ ଆଜି ଓଡିଶା ପାଇଁ ଅତିତ ହୋଇଛି । ଆଜିର ଓଡିଶା ଏକ ଆଧୁନିକ ଓଡିଶା । ନୂଆ ଓ ଛାତ୍ରବୃତ୍ତି ବାଳିକାମାନଙ୍କ ପାଇଁ ବାର୍ଷିକ ୧୪,୦୦୦ ଟଙ୍କା ଏବଂ ପୁଅମାନଙ୍କ ପାଇଁ ବାର୍ଷିକ ୧୨,୦୦୦ ଟଙ୍କାକୁ ବୃଦ୍ଧି କରାଯିବ । ଆସନ୍ତା ପାଞ୍ଚ ବର୍ଷରେ ୨ ଲକ୍ଷ ସରକାରୀ ଚାକିରି ଯୋଗାଇ ଦିଆଯିବ।

ସ୍ୱୟମ୍ ଉଦ୍ୟୋଗୀ ରୁଣକୁ ବ୍ୟାପକ କଭରେଜ୍ ସହିତ ଏକ ଲକ୍ଷରୁ ୨ ଲକ୍ଷକୁ ବୃଦ୍ଧି କରାଯିବ । ଓଡିଶା ଗଠନର ଶହେ ବର୍ଷ ପାଳନ କରିବାର ୨ ବର୍ଷ ପୂର୍ବରୁ ୨୦୩୪ ସୁଦ୍ଧା ଓଡିଶାକୁ ସମସ୍ତଙ୍କ ସହଯୋଗ ଓ ଦୃଢ ନେତୃତ୍ୱ ବଳରେ ସମସ୍ତ କ୍ଷେତ୍ରରେ ଅଭିବୃଦ୍ଧି ଏବଂ ବିକାଶରେ ଏକ ନମ୍ବରରାଜ୍ୟର ମାନ୍ୟତା ପ୍ରଦାନ କରିବ । ଅର୍ଥନୈତିକ ଅଭିବୃଦ୍ଧି ପାଇଁ ସମଗ୍ର ଇକୋସିଷ୍ଟମକୁ ଶକ୍ତିଶାଳୀ କରାଯିବ ଯାହା ଓଡିଶାକୁ ଦେଶର ଶ୍ରେଷ୍ଠ ତିନୋଟି ଅର୍ଥନୈତିକ ବିକଶିତ ରାଜ୍ୟରେ ପରିଣତ କରିବ। ଖଣିଜ ଭିତ୍ତିକ ଶିଳ୍ପ ବ୍ୟତୀତ ସେମିକଣ୍ଡକ୍ଟର, ଆଇଟି ଶିଳ୍ପ, କୃତ୍ରିମ ବୁଦ୍ଧିମତା ଇତ୍ୟାଦି ସହିତ ନୂତନ ଯୁଗ, ବୈଷୟିକ  ଏବଂ ନୂତନ ଅର୍ଥନୀତି ଉପରେ ଧ୍ୟାନ ଦିଆଯିବ | ଓଡ଼ିଶା ପୂର୍ବ ଭାରତର ଆଇଟି ରାଜଧାନୀ ହେବ। ”

ଓଡ଼ିଶାର ଅଭିବୃଦ୍ଧି କାହାଣୀରେ ମଧ୍ୟବିତ୍ତ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ସେମାନଙ୍କୁ BSKY କଭରେଜ୍, ୨୦ ଲକ୍ଷ ପର୍ୟ୍ୟନ୍ତ ଗୃହ ରୁଣ ଉପରେ ସୁଧ ସବଭେନ୍ସନ୍, ଏବଂ ପିଲାମାନଙ୍କ ପାଇଁ ଛାତ୍ରବୃତ୍ତି ଓ ଉଚ୍ଚଶିକ୍ଷା ତଥା ସୁଲଭ ପରିବହନ ପାଇଁ ଋଣ ଉପରେ ସୁଧ ସବଭେନ୍ସନ୍ ପ୍ରଦାନ କରି ସେମାନଙ୍କୁ ସଶକ୍ତ କରାଯିବ। ବିଦ୍ୟୁତ ସବସିଡି ମଧ୍ୟବିତ୍ତ ପରିବାର ପାଇଁ ମଧ୍ୟ ଲାଗୁ ହେବ ।

Get real time updates directly on you device, subscribe now.