fbpx

ବିଜେଡିରୁ ସସପେଣ୍ଡ ହେଲେ ରାଜ୍ୟ ଉପସଭାପତି: ନିର୍ବାଚନ ପୂର୍ବରୁ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ନବୀନ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଏପ୍ରିଲ ୧୯ ତାରିଖରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଆରମ୍ଭ ହେବାକୁ ଯାଉଛି । ଏଥିସହିତ ୪ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ମଧ୍ୟ ମତଦାନ ଗ୍ରହଣ କରାଯିବ । ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ସେମାନଙ୍କର ପ୍ରାର୍ଥୀ ତାଲିକା ଜାରି କରୁଛନ୍ତି । ଏପରି ସ୍ଥିତିରେ ରାଜନେତାମାନେ ଦଳ ବଦଳ କରୁଥିବା ଦେଖାଯାଉଛି ।

ତେବେ ଏହା ମଧ୍ୟରେ ବିଜେଡି ଶିବିରରୁ ଆସିଛି ଏକ ବଡ଼ ଖବର । ଜଣେ ମହିଳା ନେତ୍ରୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ରାଜ୍ୟ ଉପସଭାପତି ତଥା ସମ୍ବଲପୁର ଓ ଦେବଗଡ଼ ଜିଲ୍ଲା ପର୍ଯ୍ୟବେକ୍ଷକ ମିନତୀ ଦେବତାଙ୍କୁ ଦଳରୁ ନିଲମ୍ବନ କରାଯାଇଛି । ଦଳ ବିରୋଧୀ କାର୍ଯ୍ୟ ପାଇଁ ନବୀନ ମିନତୀଙ୍କୁ ସସପେଣ୍ଡ କରିଛନ୍ତି । ଏନେଇ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏକ ସୂଚନା ଜାରି କରିଛନ୍ତି ।

Get real time updates directly on you device, subscribe now.