fbpx

ଆଜି ଆସିପାରେ ବିଜେପି ୨ୟ ପର୍ଯ୍ୟାୟ ତାଲିକା, ୨୫ ଜଣିଆ ବିଧାନସଭା ପ୍ରାର୍ଥୀଙ୍କ ନାଁ ହୋଇପାରେ ଘୋଷଣା

ଭୁବନେଶ୍ୱର: ଆଜି ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ । ଆସନ୍ତା ୨୦ ତାରିଖ ସୁଦ୍ଧା ସମସ୍ତ ୧୪୭ଟି ଆସନରେ ଘୋଷଣା ହୋଇପାରେ ପ୍ରାର୍ଥୀଙ୍କ ନାଁ । ତେବେ ୨୫ ଜଣିିଆ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ । ପ୍ରଥମ ପର୍ଯ୍ୟାୟରେ ବିଜେପି ୧୧୨ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇଥିବାବେଳେ ବାକି ଥିବା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିପାରେ । ୧୮ ତାରିଖରୁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଥିବା ବେଳେ ଆଜି ବାକି ଥିବା ଆସନରେ ପ୍ରାର୍ଥୀ ଘୋଷଣା କରିପାରେ ଦଳ । ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନ ପାଇଁ କିଛି ଆସନରେ ପ୍ରାର୍ଥୀ ଘୋଷଣା ହୋଇନାହିଁ । ମୋହନା, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, ଜୟପୁର, ଝରିଗାଁ, ଡାବୁଗାଁ, କୋଟପାଡ ଓ ଚିତ୍ରକୋଣ୍ଡା ବିଧାନସଭା ଆସନ ପାଇଁ ଦଳ ଏଯାଏଁ ପ୍ରାର୍ଥୀ ଘୋଷଣା କରିନାହିଁ । ୩୫ ଆସନରେ ନାଁ ଘୋଷଣା ବାକି ଥିବା ବେଳେ ଆଜି ପ୍ରାର୍ଥୀ ତାଲିକା ଆସିବ ବୋଲି ଚର୍ଚ୍ଚା ହେଉଛି ।ତେବେ ୩୫ଟି ଆସନରେ ଦଳ ପ୍ରାର୍ଥୀ ଘୋଷଣା କରି ନାହିଁ ।

Get real time updates directly on you device, subscribe now.