fbpx

ଓଡ଼ିଶା ପାଇଁ ବିଜେପିର ୪୦ ଜଣ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଏପ୍ରିଲ ୧୯ରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଥିବା ବେଳେ ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ ଏହି ଅବସରରେ ନେତାଙ୍କର ଦଳ ବଦଳ ପ୍ରକ୍ରିୟା ଦେଖିବାକୁ ମିଳିଛି । ନିକଟରେ ବିଜେଡି ତା’ର ୪୦ ଜଣିଆ ତାରକା ପ୍ରଚାରକଙ୍କ ତାଲିକା ଜାରି କରିଥିବା ବେଳେ ଏବେ ବିଜେପି ମଧ୍ୟ ତା’ର ତାରକା ପ୍ରଚାରକଙ୍କ ତାଲିକା ଘୋଷଣା କରିଛି ।

ଆଗାମୀ ବିଧାନସଭା ଓ ଲୋକସଭା ନିର୍ବାଚନ ପାଇଁ ଓଡ଼ିଶା ପାଇଁ ବିଜେପି ତା’ର ୪ ଜଣିଆ ତାରକା ପ୍ରଚାରକଙ୍କ ତାଲିକା ଜାରି କରିଛି । ଏହି ଲିଷ୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା, ରାଜନାଥ ସିଂହ, ଅମିତ ଶାହ, ନୀତିନ ଗଡ଼କରୀ, ଯୋଗୀ ଆଦିତ୍ୟନାଥ, ଅଶ୍ୱିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ, ସମ୍ବିତ ପାତ୍ର, ବିଷ୍ଣୁ ଦେଓ ସାଏ, ସୁନିଲ ବଂଶଲ, ଅପରାଜିତା ଷଡ଼ଙ୍ଗୀ, ରମେଶ ସାହୁ, ଶ୍ରୀତମ ଦାସ, ପିଙ୍କି ପ୍ରଧାନ, ଅନୁଭବ ମହାନ୍ତି, ହରିହର ମହାପାତ୍ରଙ୍କ ନାମ ରହିଛି ।

Get real time updates directly on you device, subscribe now.