fbpx

ଲୋକସଭା ନିର୍ବାଚନ: ଦ୍ୱିତୀୟ ପର୍ଯ୍ୟାୟରେ ୭୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ବିଜେପି

ନୂଆଦିଲ୍ଲୀ: ଆଗକୁ ଆସୁଛି ଲୋକସଭା ନିର୍ବାଚନ । ସେନେଇ ରାଜନୈତିକ ଦଳମାନେ ଜୋରସୋରରେ ସେମାନଙ୍କର ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ କରିଦେଇଛନ୍ତି । ଏହା ମଧ୍ୟରେ ବିଜେପି ଓ କଂଗ୍ରେସ ସେମାନଙ୍କର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିସାରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ବିଜେପି ୧୯୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ ଆଜି ଦଳ ତା’ର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଦ୍ୱିତୀୟ ପର୍ଯ୍ୟାୟରେ ମୋଟ ୭୨ ଜଣ ପ୍ରାର୍ଥୀଙ୍କ ଲିଷ୍ଟ ଦଳ ପକ୍ଷରୁ ଜାରି କରାଯାଇଛି ।

ଦ୍ୱିତୀୟ ପର୍ଯ୍ୟାୟରେ ୧୦ଟି ରାଜ୍ୟର ୭୨ଟି ଆସନ ପାଇଁ ପ୍ରାର୍ଥୀ ତାଲିକା ଜାରି କରାଯାଇଛି । ନୀତିନ ଗଡ଼କରୀଙ୍କୁ ନାଗପୁରରୁ, ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କୁ କର୍ଣ୍ଣାଲରୁ ଟିକେଟ ଦିଆଯାଇଛି । ତେବେ ସବୁଠାରୁ ବଡ଼ କଥା ହେଉଛି ଏହି ଲିଷ୍ଟର ଓଡ଼ିଶାର କୌଣସି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇ ନାହିଁ । ତେଣୁ ଏପରି ସ୍ଥିତିରେ ରାଜ୍ୟରେ ବିଜେପି-ବିଜେଡି ମେଣ୍ଟ ଚର୍ଚ୍ଚା ପୁଣି ଥରେ ସସପେନ୍ସ ଆଡ଼କୁ ଠେଲି ହୋଇ ଯାଇଛି ।

Get real time updates directly on you device, subscribe now.