fbpx
BSKY SKY
BSKY SKY

ଓଡ଼ିଶାର ୩ଟି ଲୋକସଭା ଆସନ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା: କଟକରୁ ଲଢ଼ିବେ ଭର୍ତ୍ତୃହରି

BSKY

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ମାସ ୧୯ ତାରିଖରୁ ଲୋକସଭା ନିର୍ବାଚନ ପାଇଁ ଦେଶରେ ୭ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ଏହାପରେ ଜୁନ ମାସ ୪ ତାରିଖରେ ନିର୍ବାଚନର ଫଳାଫଳ ଘୋଷଣା ହେବ । ସେହିପରି ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ ପାଇଁ ମତଦାନ ଗ୍ରହଣ କରାଯିବ । ଗତ ୨୪ ତାରିଖରେ ବିଜେପି ଓଡ଼ିଶାର ୧୮ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଥିବା ବେଳେ ଆଜି ଅବଶିଷ୍ଟ ୩ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।

କଟକରୁ ଭର୍ତ୍ତୃହରି ମହତାବ, କନ୍ଧମାଳରୁ ସୁକାନ୍ତ କୁମାର ପାଣିଗ୍ରାହୀ ଓ ଯାଜପୁରରୁ ରବୀନ୍ଦ୍ର ନାରାୟଣ ବେହେରା ଲୋକସଭା ନିର୍ବାଚନ ଲଢ଼ିବେ । ପ୍ରଥମ ପର୍ଯ୍ୟାୟରେ ବିଜେପି ୧୮ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଜାରି କରିଥିବା ବେଳେ ଏହା ମଧ୍ୟରେ ଆଜି ଅବଶିଷ୍ଟ ୩ଟି ଆସନ ପାଇଁ ପ୍ରାର୍ଥୀ ତାଲିକା ଜାରି କରିଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟ ବିଧାନସଭା ପାଇଁ ବିଜେପି ପ୍ରାର୍ଥୀ ତାଲିକା ଜାରି କରିନାହିଁ ।

Get real time updates directly on you device, subscribe now.