fbpx

ଓଡ଼ିଶା ବିଧାନସଭା ନିର୍ବାଚନ: ୮ଟି ଆସନ ପାଇଁ ବିଜେପିର ପ୍ରାର୍ଥୀ ତାଲିକା ଘୋଷଣା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଲୋକସଭା ନିର୍ବାଚନ ପାଇଁ ଗତ ୧୯ ତାରିଖରେ ଦେଶରେ ପ୍ରଥମ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିବା ବେଳେ ଗତ ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଛି । ଆଗକୁ ଆଉ ୫ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ସେହିପରି ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ନିର୍ବାଚନ ପାଇଁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ କିଛି ନେତା ଦଳ ବଦଳ କରୁଥିବା ଦେଖାଯାଇଛି ।

ତେବେ ଏହା ମଧ୍ୟରେ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ବିଜେପି ତା’ର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ରାଜ୍ୟ ବିଧାନସଭାର ୮ଟି ଆସନ ପାଇଁ ଦଳ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ପୂର୍ବରୁ ଦଳ ତିନୋଟି ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରିଥିବା ବେଳେ ଏବେ ପୁଣି ଏକ ପର୍ଯ୍ୟାୟରେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ଦଳ ପ୍ରଥମ ପର୍ଯ୍ୟାୟରେ ୧୧୨ଟି, ଦ୍ୱିତୀୟ ପର୍ଯ୍ୟାୟରେ ୨୧ଟି ଓ ତୃତୀୟ ପର୍ଯ୍ୟାୟରେ ୧ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା ।

Get real time updates directly on you device, subscribe now.