fbpx
BJD SKY
BJD SKY

ଓଡ଼ିଶା: ଜୟପୁର ବିଧାନସଭା ଆସନ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା

BJD

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଏପ୍ରିଲ ୧୯ରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଥିବା ବେଳେ ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ ଏହି ଅବସରରେ ନେତାଙ୍କର ଦଳ ବଦଳ ପ୍ରକ୍ରିୟା ଦେଖିବାକୁ ମିଳିଛି । ପୂର୍ବରୁ ବିଜେପି ବିଭିନ୍ନ ପର୍ଯ୍ୟାୟରେ ଲୋକସଭା ଓ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଜାରି କରିଥିଲା ।

ତେବେ ଓଡ଼ିଶା ବିଧାନସଭା ପାଇଁ ବିଜେପି ପୂର୍ବରୁ ୨ଟି ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରିଥିବା ବେଳେ ଏବେ ପୁଣି ଏକ ପ୍ରାର୍ଥୀ ତାଲିକା ଜାରି କରିଛି । ଜୟପୁର ବିଧାନସଭା ଆସନ ପାଇଁ ଦଳ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ଜୟପୁର ପାଇଁ ବିଜେପି ପ୍ରାର୍ଥୀ ହୋଇଛନ୍ତି ଗୌତମ ସାମନ୍ତରାୟ । ଗତ ବିଧାନସଭା ନିର୍ବାଚନରେ ମଧ୍ୟ ଗୌତମ ଏହି ଆସନରୁ ପ୍ରାର୍ଥୀ ହୋଇଥିଲେ । ଏଥର ଦଳ ତାଙ୍କ ଉପରେ ପୁଣି ଥରେ ଭରସା କରିଛି ।

Jeypore

Get real time updates directly on you device, subscribe now.