fbpx

୩୦ ଜଣ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କଲା BJP, ଦେଖନ୍ତୁ ଓଡ଼ିଶାରୁ କେତେଜଣ ଅଛନ୍ତି ଲିଷ୍ଟରେ

ନୂଆଦିଲ୍ଲୀ: ଆଗକୁ ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଦେଶର ରାଜନୀତି ବର୍ତ୍ତମାନ ସରଗରମ ରହିଛି । ଇତିମଧ୍ୟରେ ଆମ ଆଦମୀ ପାର୍ଟି (ଏଏପି) ପଞ୍ଜାବ ଓ ଗୋଆରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିସାରିଛି । ଏପରିସ୍ଥଳେ ଆଜି ବିଜେପି ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ବିଜେପି ତା’ର ୩୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କରିଛି । ନିର୍ବାଚନରେ ଏହି ଷ୍ଟାର ମାନେ ପ୍ରଚାର କରିବେ । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହମନ୍ତ୍ରୀ ଅମିତ ଶାହ, ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ସାଂସଦ ହେମା ମାଳିନୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ସ୍ଥାନ ପାଇଛନ୍ତି ।

Get real time updates directly on you device, subscribe now.